ଭୁବନେଶ୍ୱର,୨୪ା୧୧ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୧୦୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରକଳ୍ପଟି ହେଉଛି-ଅଙ୍ଗ ନଦୀରେ ମାଣ୍ଡିଆଢିପ ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫- ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବରଗଡ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ । ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହାଦ୍ୱାରା ବରଗଡ ଜିଲ୍ଲାର ଝାରବନ୍ଧ ଓ ପାଇକମାଳ ବ୍ଳକ୍ର ଜନସାଧାରଣ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ •ଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ ।