ଅଷ୍ଟ୍ରେଲିଆ ବିଶ୍ୱକପ୍‌ ଚାମ୍ପିଅନ

Australia is the World Cup champion

ଅହମଦାବାଦ,୧୯ା୧୧: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ·ଲିଥିବା ଆଇସିସି ବିଶ୍ୱକପ ଫାଇନାଲରେ ଭାରତକୁ ୬ ୱିକେଟରେ ପରାସ୍ତ କରି ବିଶ୍ୱକପ୍‌ ·ମ୍ପିଅନ ହୋଇଛି ଅଷ୍ଟ୍ରେଲିଆ । ବ୍ୟାଟିଂ, ବୋଲିଂ ଓ ଫିଲଡିଂ ସବୁ ବିଭାଗରେ ଭାରତଠାରୁ ଉନ୍ନତ ଖେଳି ୬ଷ୍ଠ ଥର ପାଇଁ ବିଶ୍ୱକପ ହାତେଇଛି ଅଷ୍ଟ୍ରେଲିଆ । ଭାରତ ଦ୍ୱାରା ଅଷ୍ଟ୍ରେଲିଆ ଆଗରେ ୨୪୧ ରନର ଲକ୍ଷ୍ୟ ରଖାଯାଇଥିଲା । ଆରମ୍ଭରୁ ଭାରତୀୟ ବୋଲରମାନେ ୩ଟି ୱିକେଟ ନେଇ ଆଶା ସଂ·ର କରିଥିଲେ । କିନ୍ତୁ ଟ୍ରାଭିସ୍‌ ହେଡ୍‌ ଓ ମାର୍ନସ ଲାବୁସଚେନ ଲଢୁଆ ବ୍ୟାଟିଂ କରି ବିଜୟ ଭାରତ ହାତରୁ ଛଡେଇ ନେଇଥିଲେ । ଫାଇନାଲ ପରି ବଡ଼ ମ୍ୟାଚରେ ହେଡ୍‌ ଶତକ (୧୩୭ ରନ) ହାସଲ କରି ବିଜୟରେ ବଡ଼ ଭୂମିକା ଗ୍ରହଣ କରିଥଲେ । ଲାବୁସଚେନ ୫୭ ରନ କରିଥିଲେ । ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଭାରତର ଦୁଇ ଓପନର ରୋହିତ ଶର୍ମା ଓ ଶୁଭମନ ଗିଲ ଦଳ ପାଇଁ ଭଲ ଆରମ୍ଭ କରିଥିଲେ । ଗିଲ ମାତ୍ର ୪ ରନ କରି ଆଉଟ ହୋଇଥିବାବେଳେ ରୋହିତ ବିସ୍ଫୋରକ ବ୍ୟାଟିଂ ଜାରି ରଖିଥିଲେ । କିନ୍ତୁ ରୋହିତ ୪୭ ରନ କରି ଆଉଟ ହେବା ପରେ ରନ ଗତି ଧୀମେଇ ଯାଇଥିଲା । ତେବେ ବିରାଟ କୋହଲି ଓ କେ.ଏଲ ରାହୁଲ ସତର୍କତା ସହ ବ୍ୟାଟିଂ କରି ସ୍କୋରକୁ ଆଗେଇ ନେଇଥିଲେ । କିନ୍ତୁ ବିରାଟ ଆଉଟ ହେବା ପରେ ଦଳ ସଂକଟରେ ପଡ଼ିଯାଇଥିଲା । ରାହୁଲ ୬୬ ରନ କରି ଆଉଟ ହୋଇଥିଲେ । ସୂର୍ଯ୍ୟକୁମାର ଯାଦବ ୨୮ଟି ବଲରୁ ୧୮ ରନ କରିଥିଲେ । ତେବେ ଶେଷ ୱିକେଟରେ କୂଳଦୀପ ଯାଦବ ଓ ମହମ୍ମଦ ସିରାଜ ସତର୍କତାର ସହ ଖେଳି ସ୍କୋରକୁ ଏକ ସମ୍ମାନଜନକ ସ୍ତରକୁ ନେଇଯାଇଥିଲେ । ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ ଷ୍ଟାର୍କ ୩ଟି ୱିକେଟ ନେଇଥିବାବେଳେ ଜୋସ ହେଜଲଉଡ୍‌ ୨ଟି ୱିକେଟ ନେଇଥିଲେ ।

#cricket#dumanikhabar#icc#india#latestnews#news
Comments (0)
Add Comment