ଭୁବନେଶ୍ୱର, : ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ସଂଲଗ୍ନ ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ଜୁଲାଇ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବର୍ଷା ନେଇ ସୋମବାର ସକାଳ ସାଢେ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ (ଘଣ୍ଟା ପ୍ରତି ୩୦ରୁ ୪୦ କିମି), ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, କଟକ, ନୟାଗଡ଼, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଓ ଝଟକା ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୋମବାର ସକାଳ ସାଢେ ୮ଟାରୁ ୧୫ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଟକା ପବନ ଓ ବଜ୍ରପାତ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୋଳ, ଢେଙ୍କାନାଳ, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ଦେବଗଡ଼, ବଲାଙ୍ଗିର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଟକା ପବନ ଓ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପ୍ରବାହିତ ହେବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୫ ତାରିଖ ସକାଳ ସାଢେ ୮ଟାରୁ ୧୬ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ ଓ ବିଜୁଳି ମାରିପାରେ । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୬ ତାରିଖ ସକାଳ ସାଢେ ୮ଟାରୁ ୧୭ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବା ସହିତ ବିଜୁଳି ମାରିପାରେ ଓ ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୭ ତାରିଖ ସକାଳ ସାଢେ ୮ଟାରୁ ୧୮ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଟକା ପବନ ଓ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।