ଆସୁଛି ଆଉ ଏକ ଲଘୁଚାପ, ବର୍ଷା ନେଇ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାର

ଭୁବନେଶ୍ୱର, : ଆଗାମୀ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ (ବାତ୍ୟା ୱିଫାର ଅବଶିଷ୍ଟାଂଶ ଘୂର୍ଣ୍ଣିବଳୟ ରୂପରେ ପ୍ରବେଶ କରିବାର ସମ୍ଭାବନା ରହିଛି) ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ\ମଙ୍ଗଳବାର ଜାରି କରାଯାଇଥିବା ବୁଲେଟିନରେ କୁହାଯାଇଛି । ଏହା ସହିତ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କେଉଁ ସବୁ ସ୍ଥାନରେ ବର୍ଷା ହେବ, ସେ ନେଇ ପୂର୍ବାନୁମାନ କରିଛି ଓ ୟେଲୋ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ବୁଧବାର ସକାଳ ସାଢେ ୮ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅଳ୍ପ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ତେବେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବୁଧବାର ସକାଳ ସାଢେ ୮ଟାରୁ ୨୪ ତାରିଖ ସକାଳ ସାଢେ ୮ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୪ ତାରିଖ ସକାଳ ସାଢେ ୮ଟାରୁ ୨୫ ତାରିଖ ସକାଳ ସାଢେ ୮ଟା
ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ପବନ ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ଓ ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସୋନୁର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୫ ତାରିଖ ସକାଳ ସାଢେ ୮ଟାରୁ ୨୬ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ପବନ ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ସୋନପୁର, ବଲାଙ୍ଗିର, କଳାହାଣ୍ଡି,
କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ ବୌଦ୍ଧ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ, ଗଜପତି, ବରଗଡ଼, ସମ୍ବଲପୁର, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପର ୨୬ ତାରିଖ ସକାଳ ସାଢେ ୮ଟାରୁ ୨୭ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ଓ ପବନ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୭ ତାରିଖ ସକାଳ ସାଢେ ୮ଟାରୁ ୨୮ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ବା ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ଏହି ସମୟ ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼କରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୮ ତାରିଖ ସକାଳ ସାଢେ ୮ଟାରୁ ୨୯ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସମାନ ସ୍ଥିତି ଜାରି ରହିବ । ଏହି ସମୟ ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments (0)
Add Comment