ପୁରୀ ଆସିବେ… ନିମନ୍ତ୍ରଣ ରହିଲା

Puri will come... the invitation remained

ଭୁବନେଶ୍ୱର,୨୬ା୧୨(ଡିକେ ନ୍ୟୁଜ): ଆସନ୍ତା ଜାନୁଆରୀ ୧୭ ତାରିଖରେ ଓଡ଼ିଶା ସହ ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହେବ ସ୍ୱର୍ଣ୍ଣିମ ଫର୍ଦ୍ଦ। ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଭବ୍ୟ ଆୟୋଜନ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଧାର୍ମିକ କାର୍ଯ୍ୟରେ ସାରା ଦେଶକୁ ସାମିଲ କରିବା ନିମନ୍ତେ ଖସଡ଼ା ପ୍ରସ୍ତୁତ ହୋଇଛି। ଦେଶର ପ୍ରମୁଖ ଦେବଦେବୀ ପୀଠ, •ରିଧାମର ପୀଠାଧୀଶ୍ୱର, ବିଶିଷ୍ଟ ଧର୍ମଗୁରୁ ଓ ଖ୍ୟାତନାମା ବ୍ୟକ୍ତିମାନଙ୍କୁ ଏହି କାର୍ଯ୍ୟକ୍ରମକୁ ନିମନ୍ତ୍ରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ଜଗତଗୁରୁ ଶଙ୍କରା•ର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣପତ୍ର ପ୍ରଦାନ କରାଯାଇ ସାରିଛି। ଆଜି ସକାଳୁ ନିମନ୍ତ୍ରଣ ବାର୍ତ୍ତା ଓ ପତ୍ର ନେଇ ଏକ ଟିମ୍‌ ପ୍ରଥମେ ଏକାମ୍ର କ୍ଷେତ୍ରାଧିପତି ମହାପ୍ରଭୁ ଲିଙ୍ଗରାଜଙ୍କୁ ନିମନ୍ତ୍ରଣ ପାଇଁ ଭୁବନେଶ୍ୱରରେ ପହଞ୍ଚିଥିଲେ। ଆଜି ପ୍ରଥମ ନିମନ୍ତ୍ରଣ ପତ୍ର ପ୍ରଭୁ ଲିଙ୍ଗରାଜଙ୍କୁ ଦିଆଯାଇଛି। ଲିଙ୍ଗରାଜଙ୍କୁ ନିମନ୍ତ୍ରଣ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପରିକ୍ରମା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ସେବାୟତ ପ୍ରତିନିଧି ଟିମ୍‌। ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଗୋଟେ •ଉଳ ଗୋଟେ ଗୁଆ ପ୍ରଦାନ କରାଯାଇଛି। ରାଜ୍ୟ ମଧ୍ୟରେ ପ୍ରମୁଖ ଧାର୍ମିକ ପୀଠ ଓ ଜଗନ୍ନାଥମନ୍ଦିରଗୁଡ଼ିକୁ ନିମନ୍ତ୍ରଣ ନିମନ୍ତେ ୧୩ଟି ଟିମ୍‌ ଗଠନ କରାଯାଇଛି। ପ୍ରତ୍ୟେକ ଟିମ୍‌ରେ ଜଣେ ନୋଡାଲ୍‌ ଅଫିସର ଓ ୩ ଜଣ ଲେଖାଏଁ ସେବାୟତ ରହିଛନ୍ତି। ରାଜ୍ୟର ୩୦ଟି ଜିଲ୍ଲାର ବିଭିନ୍ନ ପ୍ରମୁଖ ଧାର୍ମିକ ପୀଠ, ପ୍ରମୁଖ ଜଗନ୍ନାଥ ମନ୍ଦିର, ପ୍ରଭୁ ଜଗନ୍ନାଥଙ୍କ ଲୀଳାଶ୍ରୀକ୍ଷେତ୍ର, ନବକଳେବର ଦାରୁକ୍ଷେତ୍ରରେ ଏହି ପ୍ରତିନିଧିଦଳ ନିମନ୍ତ୍ରଣ ପତ୍ର ପ୍ରଦାନ କରିବେ। ଅନୁରୂପ ଭାବରେ ଦେଶର ବିଭିନ୍ନ ଅଞ୍ଚଳରେ ପ୍ରମୁଖ ଧାର୍ମିକ ପୀଠ ଓ ଧର୍ମଗୁରୁଙ୍କୁ ନିମନ୍ତ୍ରଣ ନିମନ୍ତେ ୧୭ଟି ଟିମ୍‌ର ୮୫ ଜଣ ସଦସ୍ୟ ରହିଛନ୍ତି। ଏହି ପ୍ରତିନିଧିମଣ୍ଡଳୀ ନୂଆଦିଲ୍ଲୀ, ମୁମ୍ବାଇ, ନାସିକ୍‌, ଜାମ୍ମୁ, କାଠମାଣ୍ଡୁ, ବିଶାଖାପାଟଣା, ଥିରୁଅନନ୍ତପୁରମ୍‌, ବିଜୟୱାଡ଼ା, ଚେନ୍ନଇ, ମଦୁରାଇ, ଡେରାଡ଼ୁନ୍‌, ଅହମ୍ମଦାବାଦ, ବନାରସ, ଇନ୍ଦୋର, କୋଲକାତା, ବେଙ୍ଗାଲୁରୁ ଆଦି ସହରକୁ ଯାତ୍ରା କରିବେ। ସେଠାରୁ ସମ୍ପୃକ୍ତ ଅଞ୍ଚଳର ଧାର୍ମିକ ପୀଠଗୁଡ଼ିକୁ ଯାତ୍ରା କରି ନିମନ୍ତ୍ରଣପତ୍ର ଦେବେ। ନିମନ୍ତ୍ରଣପତ୍ର ସହିତ ମନ୍ଦିର ପ୍ରଶାସନର ଚିଠି, ଭୋଗ ପେଡ଼ି ଓ ଓଲାଗି ବାନା ମଧ୍ୟ ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି। ପୁରୀବାସୀ ତଥା ସେବାୟତଙ୍କ ତ୍ୟାଗ ପାଇଁ ପରିକ୍ରମା ପ୍ରକଳ୍ପ ସମ୍ଭବ ହୋଇଥିବା ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ କହିଛନ୍ତି। ପୁରୀବାସୀଙ୍କ ଏହି ଅତୁଳନୀୟ ତ୍ୟାଗକୁ ସମସ୍ତେ ସବୁଦିନ ପାଇଁ ମନେ ରଖିବେ। ପରିକ୍ରମା ପ୍ରକଳ୍ପ କାମ ବେଳେ ଅନେକ ଅସୁବିଧା ଆସିଛି ହେଲେ ମହାପ୍ରଭୁଙ୍କ ଆଶିର୍ବାରେ ସେସବୁ ଦୂର ହୋଇଯାଇଛି। ପୁରୀ ସହରବାସୀଙ୍କ ବିକାଶ ତଥା ସେବାୟତଙ୍କ କଲ୍ୟାଣ ପାଇଁ ଯାହା ଆବଶ୍ୟକ ମୁଖ୍ୟମନ୍ତ୍ରୀ ସବୁ କରିବେ ବୋଲି ଶ୍ରୀ ପାଣ୍ଡିଆନ କହିଛନ୍ତି।

#bhubaneswar#dumanikhabar#latestnews#localnews#newsOdisha
Comments (0)
Add Comment