ଭୁବନେଶ୍ୱର, : ବଢୁଛି ସୁନା ଏବଂ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୪,୩୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୦୪,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୧୪,୩୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୦୪,୮୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୪,୩୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୦୪,୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୪,୪୮୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୪,୯୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୧୪,୫୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୦୫,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୧୪,୩୩୦ ଓ ୧,୦୪,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୩୯,୦୦୦ ଟଙ୍କା ହୋଇଛି ।