ଭୁବନେଶ୍ୱର,୨୧ା୧୧ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ପ୍ରକଳ୍ପଟି ହେଉଛି ମହାନଦୀରେ ବୈଦେଶ୍ୱର ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫- ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କଟକ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ । ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହାଦ୍ୱାରା ତିନୋଟି ବ୍ଲକ୍ର ଲୋକେ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ •ଷ, ପଶୁପାଳନ ଆଦି କ୍ଷେତ୍ରରେ ବିଶେଷ ସହାୟକ ହେବ । ବୈଦେଶ୍ୱର ପ୍ରକଳ୍ପ ଦ୍ୱାରା ବଡମ୍ବା, ବାଙ୍କୀ ଓ ଭାପୁର ବ୍ଲକ୍ର ଜନସାଧାରଣ ଉପକୃତ ହେବେ ।