୧୬ରେ ପ୍ରବଳରୁ ଅତି ପ୍ରବଳ ବର୍ଷା

Heavy to very heavy rain on 16th

ଭୁବେନଶ୍ୱର,୧୪ା୧୧ : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁ•ପର ରୂପ ନେଇଛି । ଏହି ଲଘୁ•ପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସହ ଦକ୍ଷିଣ- ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସୃଷ୍ଟି ହୋଇଥିବା ଲଘୁ•ପ କ୍ଷେତ୍ରଟି କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ୧୬ ତାରିଖ ବେଳକୁ ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ୧୫ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଅବପାତଟି ୧୬ରେ ଏହା ଗଭୀର ଅବପାତର ରୂପ ନେଇ ଓଡିଶା ଉପକୂଳ ଛୁଇଁବ । ଧୀରେ ଧୀରେ ଏହାର ଗତିପଥ ବଦଳିବ । ଉତ୍ତର ପଶ୍ଚିମ ଦିଗରେ ଏହା ଗତିପଥ ବଦଳାଇବ । ଯାହାର ପ୍ରଭାବରେ ୧୫ରେ ହାଲୁକାରୁ ମଧ୍ୟମ ଧାରଣର ବର୍ଷା ହେବାକୁ ଥିବା ବେଳେ ୧୬ରେ ବର୍ଷାର ପ୍ରଭାବ ସର୍ବାଧିକ ରହିବ । ସେହିଭଳି ୧୭ରେ ଉତ୍ତର ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୫ରେ ମାଲକାନଗିରି , କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ଜଗତସିଂହପୁର, ପୁରୀରେ ହାଲୁକା ବର୍ଷା ରହିବ । ୧୬ରେ ଗଞ୍ଜାମ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଆଦି ୬ ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ସେହିପରି ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ା, ଗଞ୍ଜାମ, ଗଜପତି, ଢେଙ୍କାନାଳ, ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୧୭ରେ ଉତ୍ତର ଉପକୂଳ ଓଡିଶାର ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପକ୍ଷରେ ଏହି ଲଘୁ•ପ/ ଅବପାତ ସମୁଦ୍ର ଅଶାନ୍ତ ରହିବ । ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୫୫ରୁ ୬୦ କିମି ବେଗରେ ପବନ ବହିବ । ତେଣୁ ଏହାକୁ ଦୃଷ୍ଟିରେ ରଖି ଆଜି ଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ଧୀବରମାନଙ୍କୁ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି । ଯେଉଁମାନେ ସମୁଦ୍ର ମଧ୍ୟରେ ଅଛନ୍ତି, ସେମାନଙ୍କ ୧୫ ତାରିଖ ରାତି ସୁଦ୍ଧା କୂଳକୁ ଫେରି ଆସିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି । ପାଣିପାଗ କେନ୍ଦ୍ରର ପରାମର୍ଶ ଆଧାରରେ ରାଜ୍ୟର ୬ ଟି ଉପକୂଳବର୍ତ୍ତୀ ଜିଲ୍ଲା ଓ ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ମତ୍ସ୍ୟଜୀବୀଙ୍କୁ ସତର୍କ କରାଇବା ପାଇଁ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ନିର୍ଦ୍ଦେଶ ଦେଇଛି । ମତ୍ସ୍ୟ ବିଭାଗ ପକ୍ଷରୁ ଆବଶ୍ୟକୀୟ ସତର୍କତାମୂଳକ ପଦକ୍ଷେପ ଦ୍ୱାରା ମତ୍ସ୍ୟଜୀବୀଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି । ଏହି ପରିପ୍ରେକ୍ଷୀରେ ଫସଲର ପରିଚାଳନା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଚାଷୀଙ୍କୁ କେତେକ ପରାମର୍ଶ ଦିଆଯାଇଛି । ଧାନ କେଣ୍ଡା ପାଚି ଯାଇଥିଲେ ଅମଳ କରି ସୁରକ୍ଷିତ ସ୍ଥାନରେ ରଖିବାକୁ କୁହାଯାଇଛି । କଟା ହୋଇଥିବା ଧାନକୁ ବେଙ୍ଗଳା କରିବାକୁ କିମ୍ବା ପାଲ ଘୋଡାଇ ରଖିବାକୁ ପରାମର୍ଶ ଦିଆଯାଇଛି । ବୈଠକରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ସଂପ୍ରସାରଣ ଶିକ୍ଷା ନିର୍ଦ୍ଦେଶାଳୟର ଡିନ୍‌ ପ୍ରସନ୍ନଜିତ ମିଶ୍ର, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା ଓ ଭାରତୀୟ ପାଣିପାଗ ବିଭାଗର ଅଧିକାରୀଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ । ବୈଠକରେ ବର୍ତ୍ତମାନ ଫସଲର ଅବସ୍ଥା ଏବଂ ଫସଲର ସୁରକ୍ଷା ଦିଗରେ ବିସ୍ତୃତ ଭାବରେ ଆଲୋଚନା କରାଯାଇ ବିଭାଗ ପକ୍ଷରୁ ଜାରି କରାଯାଇଥିବା ପରାମର୍ଶଗୁଡ଼ିକୁ ଚାଷୀମାନଙ୍କୁ ଅବଲମ୍ବନ କରିବା ପାଇଁ ଅନୁରୋଧ କରାଯାଇଛି । ବର୍ତ୍ତମାନ ପରିପ୍ରେକ୍ଷୀରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମୁଖ୍ୟ ଫସଲ ଧାନ କ୍ଷୀର ଢୋକିବା ଓ ପାକଳ ପୂର୍ବବର୍ତ୍ତୀ ଅବସ୍ଥାରେ ଅଛି । ଢିପ ଜମିରେ ଧାନ କଟା ମଧ୍ୟ ଚାଲିଛି । ଏହା ବ୍ୟତୀତ ମୁଗ, ବିରି, ଚିନାବାଦାମ ଆଦି ଫସଲ ପାକଳ ଅବସ୍ଥାରେ ଅଛି । ଆଳୁ ଫସଲ ଅନେକ ସ୍ଥାନରେ ଲଗା ଚାଲିଛି । କୋବି ଓ ବିଭିନ୍ନ ପନିପରିବା ମଧ୍ୟ ତଳି ରୋପଣ ଓ ଅମଳ ମଧ୍ୟ ଚାଲିଛି । ସେହିଭଳି ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ଇକରେ ଯଥା-ଗଞ୍ଜାମ, ରାୟଗଡ଼ା, କୋରାପୁଟରେ କପା ଫସଲ ଅମଳ ଅବସ୍ଥାରେ ରହିଛି । ଏହି ପରିପ୍ରେକ୍ଷୀରେ ଚାଷୀମାନଙ୍କୁ ଓଡ଼ିଶା କୃଷି ବୈଷୟିକ ବିଶ୍ୱବିଦ୍ୟାଳୟ ଏବଂ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟ ତରଫରୁ ଏକ ଫସଲ ସୁରକ୍ଷା ବାର୍ତ୍ତା ପ୍ରସ୍ତୁତ କରାଯାଇ ଅବଲମ୍ବନ କରିବା ପାଇଁ ଅନୁରୋଧ କରାଯାଇଛି । ଅଧିକ ସୂଚନା ପାଇଁ ଚାଷୀମାନଙ୍କୁ ନିକଟସ୍ଥ କୃଷି ବିଜ୍ଞାନ କେନ୍ଦ୍ର, ଆଞ୍ଚଳିକ କୃଷି ଗବେଷଣା କେନ୍ଦ୍ର, କୃଷି ଅଧିକାରୀ ଓ ଆମ କୃଷି ଦେୟମୁକ୍ତ ନମ୍ବର-୧୫୫୩୩୩ ସହ ଯୋଗାଯୋଗ କରିବା ପାଇଁ ଅନୁରୋଧ କରାଯାଇଛି ।

#bhubaneswar#dumanikhabar#latestnews#localnews#news#odianews#odisha
Comments (0)
Add Comment