ନୂଆଦିଲ୍ଲୀ, ୧୨ା୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିଛନ୍ତି । ସାକ୍ଷାତ ସମୟରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର ରାଜ୍ୟ ସୁସମନ୍ୱୟ ତଥା ରାଜ୍ୟର ସାମଗ୍ରିକ ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ସାକ୍ଷାତ ସମ୍ପର୍କରେ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି,”ଆଜି ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିବାର ସୌଭାଗ୍ୟ ଲାଭ କଲି । ଓଡ଼ିଶାର ବିକାଶ ପାଇଁ ତାଙ୍କର ପ୍ରେରଣା ଓ ଅତୁଟ ସମର୍ଥନ ନିମନ୍ତେ କୃତଜ୍ଞ’ ।