ଆଗାମୀ ୭ ଦିନ ପାଇଁ ବର୍ଷା ଆଲଟ

Rainfall forecast for next 7 days

0 24

ଭୁବନେଶ୍ୱର, : ରାଜ୍ୟରେ ମୌସୁମୀ ଜନିତ ବର୍ଷା ଜାରି ରହିଛି । ଆଗାମୀ ୭ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । କିଛି କିଛି ସ୍ଥାନମାନଙ୍କରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ଥିବା ବେଳେ ଉତ୍ତର ଓଡିଶାର କିଛି ଜିଲ୍ଲା ଓ ଉପକୁଳବର୍ତ୍ତୀ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ଏଲୋ ଆଲର୍ଟ ଜାରି କରାଯାଇଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି । ଗୁରୁବାର ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ,
ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାର କିଛି କିଛି ସ୍ଥାନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଉତ୍ତର ଓଡିଶାର କିଛି ଜିଲ୍ଲାମାନଙ୍କରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସହିତ ଘଣ୍ଟାକୁ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Leave A Reply

Your email address will not be published.