ଭୁବନେଶ୍ୱର,୧୪ା୧୨ : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକାମ୍ର ନିର୍ବାଚନମଣ୍ଡଳୀରେ ପ୍ରାୟ ୨ଶହ କୋଟି ଟଙ୍କାର ବିଭିନ୍ନ ଜନକଲ୍ୟାଣ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏଥିପାଇଁ ଲିଙ୍ଗିପୁର ପଞ୍ଚାୟତର ନାଥପୁର ଜାଡୁମଲ୍ଲୀ ମନ୍ଦିର ନିକଟରେ ଏକ ସାଧାରଣ ସଭାର ଆୟୋଜନ କରାଯାଉଛି । ପୂର୍ତ୍ତ ବିଭାଗ ପକ୍ଷରୁ ଦୟା ଦକ୍ଷିଣ ପାଶ୍ୱର୍ ନଦୀବନ୍ଧର ସାଢେ଼ ଆଠ କିଲୋମିଟର ରାସ୍ତାର ସୁଦୃଢ଼ିକରଣ ଓ ପ୍ରଶସ୍ତିକରଣ ପାଇଁ ୨୨ କୋଟି ଟଙ୍କା ଏବଂ ଜଳସମ୍ପଦ ବିଭାଗ ପକ୍ଷରୁ ୯୧ କୋଟି ଟଙ୍କାରେ ଧଉଳି ନିକଟସ୍ଥ ଦୟା ନଦୀ ଗର୍ଭରେ ଇନ୍ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର୍ ନିର୍ମାଣ କରାଯିବ । ଏହା ଦ୍ୱାରା ଆଖ ପାଖ ଅଞ୍ଚଳରେ ଭୂତଳ ଜଳ ସ୍ତର ବୃଦ୍ଧି ପାଇବା ସହ •ଷ ପାଇଁ ଜଳ ସମସ୍ୟା ଦୂର ହେବ । ସେହିପରି ଗ୍ରାମ୍ୟ ଜଳ ଯୋଗାଣବିଭାଗ ପକ୍ଷରୁ ୪୨ କୋଟି ଟଙ୍କାରେ ବାସୁଆ ଘାଇ, ଧଉଳି, ଲିଙ୍ଗିପୁର, ଶିଶୁପାଳଗଡ, ଇଟିପୁର, ଟିକରପଡ଼ା ପ୍ରଭୁତି ଛଅଟି ଗ୍ରାମପଞ୍ଚାୟତରେ ପାନୀୟ ଜଳ ଯୋଗାଣ ପାଇଁ ଦୟାନଦୀର ବାସୁଆ ଘାଇ ଠାରେ ଏକ ଟ୍ରିଟ୍ମେଣ୍ଟ ପ୍ଲାଣ୍ଟ ନିର୍ମାଣ ହେବ । ଇଟିପୁର ଠାରେ ଟିପିସିଏଲ ପକ୍ଷରୁ ୧୭ କୋଟି ଟଙ୍କାରେ ୩୩ କେଭିର ଗ୍ରିଡ ସବ୍ ଷ୍ଟେସନ ମଧ୍ୟ ନିର୍ମାଣ ହେବ ।