ଭୁବନେଶ୍ୱର, : ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଭୁବନେଶ୍ୱର କେନ୍ଦ୍ର ଗୁରୁବାର ଓଡ଼ିଶାରେ ଆଗାମୀ ପାଞ୍ଚ ଦିନି ବର୍ଷା ହେବା ନେଇ ୟେଲୋ ଚେତାବନୀ ଜାରି କରିଛି । ସେପ୍େଟମ୍ବର ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବିଜୁଳି ଓ ୩୦-୪୦ କିମି ପ୍ରତି ଘଣ୍ଟା ବେଗରେ ପବନ ହେବାର ସମ୍ଭାବନା ରହିଛି । ଶୁକ୍ରବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବରଗଡ଼ରେ ବିଜୁଳି ସହ ଘଡ଼ଘଡ଼ି ସମ୍ଭାବନା ରହିଛି । ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ବର୍ଷା ବିଜୁଳି ସହ ଘଡ଼ଘଡ଼ି ସମ୍ଭାବନା ରହିଛି । ରବିବାର ଏବଂ ସୋମବାର ଉପରୋକ୍ତ ଜିଲ୍ଲା ସହ ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ବର୍ଷା ବିଜୁଳି ସହ ଘଡ଼ଘଡ଼ି ସମ୍ଭାବନା ରହିଛି । ସେହିପରି ମଙ୍ଗଳବାର ଉପରୋକ୍ତ ଜିଲ୍ଲା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼,
ସମ୍ବଲପୁର, ଦେଓଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ ନବରଙ୍ଗପୁର ସହ ଘଡ଼ଘଡ଼ି ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନର ଜିଲ୍ଲା ପ୍ରଶାସନକୁ ସତର୍କ ରହି ବିଜୁଳିରୁ ସୁରକ୍ଷା ପାଇଁ ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ବର୍ଷା, ବିଜୁଳି ବା ଝଡ଼ ଯୋଗୁ କ୍ଷୟକ୍ଷତି ହେଲେ ତୁରନ୍ତ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି ।
ଓଡ଼ିଶାରେ ପାଞ୍ଚ ଦିନି ବର୍ଷା: ୧୫ ଜିଲ୍ଲାକୁ ଚେତାବନୀ ଜାରି
Five-day rainfall in Odisha: Warning issued for 15 districts
Next Post