ଘଟଣାକୁ ସରକାର ଗୁରୁତର ସହ ନେଇଛି: ମୁଖ୍ୟମନ୍ତ୍ରୀ

0 82

ଭୁବନେଶ୍ୱର, : ବାଲେଶ୍ୱର ଏଫ୍‌ଏମ୍‌ ସ୍ୱୟଂଶାସିତ କଲେଜର ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣାରେ ଏବେ ରାଜନୀତି ତେଜିଛି । ଏନେଇ ଶାସକ ବିରୋଧୀ ମୁହାଁମୁହିଁ ହୋଇଛନ୍ତି । ବିରୋଧୀ ଦଳ ବିଜେଡି ନାରୀ ସୁରକ୍ଷା ଦାବି କରି ଶାସକଦଳ ବିରୁଦ୍ଧରେ ରାଜରାସ୍ତାକୁ ଓହ୍ଲାଇଛି । ବିଜେଡି ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ବାଲେଶ୍ୱର ଘଟଣାକୁ ସରକାର ଗୁରୁତର ସହ ନେଇଛନ୍ତି । ମୁଁ ଏମ୍ସରେ ଛାତ୍ରୀଙ୍କୁ ଭେଟିବା ସହିତ ସ୍ଥିତି ଅନୁଧ୍ୟାନ କରିଛି । କେଉଁ ପରିସ୍ଥିତିରେ ଏ ଘଟଣା ଘଟିଲା ତଦନ୍ତ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କମିଟି ଗଠନ କରାଯାଇଛି । ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ହେବ । ଭବିଷ୍ୟତରେ ଏଭଳି ଘଟଣାର ପୁନରାବୃତ୍ତି ନ ହେବ ସେଥିପାଇଁ ସରକାର ଯତ୍ନବାନ ହେଉଛନ୍ତି । କଲେଜ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନଗୁଡିକରେ ରାଗିଙ୍ଗ, ଯୌନ ନିର୍ଯାତନା ଯେପରି ନ ଘଟିବ ସେ ନେଇ ଆଗୁଆ ପଦକ୍ଷେପ ନେବାକୁ ସରକାର ନିଷ୍ପତ୍ତି ନେଉଛନ୍ତି ବୋଲି ମୋହନ ଚରଣ ମାଝୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏମ୍ସ ହସ୍ପିଟାଲରେ ଛାତ୍ରୀଙ୍କ ବାପା-ମା\’ଙ୍କୁ ଭେଟିଛନ୍ତି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଛନ୍ତି । ଛାତ୍ରୀଙ୍କୁ ନ୍ୟାୟ ଦେବାକୁ ସେ ଦାବି କରିଛନ୍ତି । କଲେଜ ଅଧ୍ୟକ୍ଷଙ୍କଠାରୁ ଆରମ୍ଭ କରି ଉଚ୍ଚଶିକ୍ଷା ମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ ବାରମ୍ବାର ତାଙ୍କ ଅଭିଯୋଗ ଜଣାଇବା ସତ୍ତ୍ୱେ ନ୍ୟାୟ ପାଇବାରୁ ଛାତ୍ରୀ ବଞ୍ଚିତ ଥିଲେ । ଏହା ସହ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ନବୀନ ଛାତ୍ରୀଙ୍କ ଆରୋଗ୍ୟ କାମନା କରିଛନ୍ତି ।

Leave A Reply

Your email address will not be published.