ଭୁବନେଶ୍ୱର, ୪ା୬: ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ । ଏଣୁ ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ । ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ ତଥା କର୍ମଶାଳାରେ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ସରକାର ଭୂମି ପ୍ରଶାସନକୁ ଆଧୁନିକ ଏବଂ ଲୋକଭିମୁଖୀ କରିବା ପାଇଁ ପ୍ରତିଶୃତିବଦ୍ଧ । ଓଡିଶାରେ କେହିବି ଭୂମିହିନ ରହିବେ ନାହିଁ । ଯେଉଁମାନଙ୍କର ୪ ଡେସିମିଲରୁ କମ ଜମି ଅଛି, ସେମାନଙ୍କୁ ବି ଭୂମିହୀନ ଭାବେ ଗଣାହେବେ ଏବଂ ସରକାର ସେମାନଙ୍କୁ ଜମି ଯୋଗାଇ ଦେବେ । ତେଣୁ, ଏହି ଯୋଜନାକୁ ପ୍ରଭାବୀ ଭାବେ ଲାଗୁ କରିବା ପାଇଁ ଆପଣମାନଙ୍କର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଲୋକଙ୍କ ସରକାର ହିସାବରେ ଲୋକ ଏବଂ ସରକାରଙ୍କ ବ୍ୟବଧାନ କମାଇବା ଦରକାର । ନ୍ୟାୟ ପ୍ରଦାନ କରିବା ଆମର ପ୍ରଥମ କର୍ତ୍ତବ୍ୟୟ ଆମ ସରକାର ଆସିବାର କିଛି ଦିନ ଭିତରେ ଏକ ବାତ୍ୟାର ସମ୍ମୁଖୀନ ହୋଇଥିଲୁ । ମୁଁ ସନ୍ତୋଷ ସହକାରେ କହିବାକୁ ·ହେଁ ଯେ ମାନ୍ୟବର ବିଭାଗୀୟ ମନ୍ତ୍ରୀଙ୍କ ନେତୃତ୍ୱରେ ‘ବାତ୍ୟା ଦାନା’ର ସଫଳ ମୁକାବିଲା କରାଯାଇଛି । “ଜିରୋ କାଜୁଆଲ୍ଟି’ ଅଭିଯାନକୁ ସାକାର କରିବା ପାଇଁ ପ୍ରାୟ ୮.୧ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ୬ ହଜାର ୨୧୦ଟି ସୁରକ୍ଷିତ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସମସ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣମାନେ ସରକାରର ପ୍ରତିନିଧି ଭାବରେ ଗାଁ ଓ ଗ୍ରାମବାସୀଙ୍କୁ ସମୟରେ ଓ ନ୍ୟାୟସଙ୍ଗତ ସେବା ଦେବା ପାଇଁ ତତ୍ପର ହେବା ଆବଶ୍ୟକ ଅଛି । ସମାଜର ଶେଷ ଧାଡିରେ ଥିବା ଲୋକ ପର୍ଯ୍ୟନ୍ତ ସେବା ପହଞ୍ଚାନ୍ତୁ । ଯେଉଁମାନେ ଦୀର୍ଘଦିନ ଧରି ବଞ୍ଚିତ ଓ ଅବହେଳିତ – ସେମାନେ ହେଉଛନ୍ତି ସରକାରଙ୍କ ପ୍ରଥମ ପ୍ରାଥମିକତା । ବହୁତ ମୂଲ୍ୟବାନ ସରକାରୀ ଜମି ଜବରଦଖଲରେ ଅଛି । ସେହି ସରକାରୀ ଜମିକୁ ଆପଣ ଜବରଦଖଲମୁକ୍ତ କରି ତାହାର ସୁରକ୍ଷା କରନ୍ତୁ । ଆଗାମୀ ଦିନରେ ସରକାର ଅନେକ ରାଜସ୍ୱ କ୍ଷେତ୍ରରେ ଅନେକ ସଂସ୍କାର ଆଣିବାକୁ ଯାଉଛନ୍ତି । ସମୟ ସୀମା ମଧ୍ୟରେ ଦାଖଲ ଖାରଜ ମାମଲା ଓ ଅନ୍ୟାନ୍ୟ ଜମିଜମା ମାମଲାର ତ୍ୱରିତ ଫଇସଲା କରନ୍ତୁ । ଜମିଜମା ସଙ୍କ୍ରାନ୍ତିୟ ମାମଲା ବି·ର କଲାବେଳେ ସଂପୂର୍ଣ୍ଣ ସ୍ୱଚ୍ଛତା ସହିତ କରିବେ । କାରଣ, ଯେତେବେଳେ ଆପଣ ଏହି ଭୂମିକା ତୁଲାନ୍ତି, ସେତେବେଳେ ଆପଣ ନ୍ୟାୟ ଦଣ୍ଡରେ ବିରାଜମାନ କରିଥାନ୍ତି । ଏହି କଥାକୁ ସବୁବେଳେ ମନେ ରଖିବେ । ସେ କହିଥିଲେ ଯେ, ଜନଜାତି ଏବଂ ଅନୁସୂଚିତ ଜାତିଙ୍କ ଜମି କିଣା ବିକାରେ ଅନେକ ସମୟରେ ଅନିୟମିତତା ଦେଖାଯାଇଥାଏ । ଏହି କିଣାବିକା ତହସିଲଦାରଙ୍କ ଅଗୋଚରରେ ହେବା ପ୍ରାୟତଃ ଅସମ୍ଭବ । ତେଣୁ, ଏହି ସମ୍ବନ୍ଧୀୟ ସବୁ ବିବାଦ, କିଣାବିକାରେ ସାମାନ୍ୟତମ ବ୍ୟତିକ୍ରମ ହେବା ଉଚିତ ନୁହେଁ । ଯଦି ଜ୍ଞାତସରରେ କିଛି ତ୍ରୁଟି ହୁଏ, ଏହାର ପରିଣାମ ସେହି ଅଧିକାରୀ ଭୋଗିବେ । ଏଥିରେ ସରକାରଙ୍କ “ଶୂନ୍ୟ ସହନଶୀଳତା’ ଅଛି । କିଛି ଦିନ ପରେ ମୌସୁମୀ ବର୍ଷା ଆରମ୍ଭ ହୋଇଯିବ । କିଛି କିଛି ଅଞ୍ଚଳରେ ଆରମ୍ଭ ହୋଇଗଲାଣି । ତେଣୁ, ସମସ୍ତେ ପାଣିପାଗ ବିଭାଗଦ୍ୱାରା ଜାରି ପାଣିପାଗ ସୂଚନାକୁ ନିୟମିତ ଭାବେ ଫୋଲୋ କରୁଥିବେ ଏବଂ ତଦନୁସାରେ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ଏସ୍ଓପି ଅନୁଯାୟୀ ପଦକ୍ଷେପ ଗ୍ରହଣ କରିବେ । ଚଳିତ ମାସ ଠାରୁ ଆରମ୍ଭ କରି ନଭେମ୍ବର ପର୍ଯ୍ୟନ୍ତ ମୌସୁମୀ ବର୍ଷା ଏବଂ ବାତ୍ୟା ଲାଗି ରହିବ । ତେଣୁ, ଏଥିପାଇଁ ନିଜ ନିଜ ଅଞ୍ଚଳର ପାରିପାର୍ଶିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ପୁରା ପ୍ରଶାସନକୁ ପ୍ରସ୍ତୁତ କରିବେ । ସେ ପୁଣି କହିଥିଲେଯେ, ରାଜସ୍ୱ ବିଭାଗ ହେଉଛି ସ୍ୱଚ୍ଛ ଏବଂ ଉତ୍ତମ ସରକାରର ଦର୍ପଣ । ଯଦି ସରକାର ଆପଣଙ୍କ ଅଞ୍ଚଳରେ ଶିଳ୍ପ ପ୍ରତିଷ୍ଠା କରିବାକୁ ଯାଉଛନ୍ତି, ଆପଣମାନେ ଆବଶ୍ୟକ ଜମି ଯୋଗାଡ କରିବେ । ଯଦି ସରକାରଙ୍କ ପାଖରେ ଜମି ନାହିଁ, ଲୋକଙ୍କ ଠାରୁ ଅଧିଗ୍ରହଣ କରିବାକୁ ପଡିବ ଏବଂ ଏହି କାର୍ଯ୍ୟ ସବୁବେଳେ ବିଶ୍ୱାସର ସହିତ କରିବାକୁ ହେବ । ସରକାର ବର୍ତ୍ତମାନ ଧାନ କିଣିବା ପାଇଁ ଅଧିକ ୮୦୦ ଟଙ୍କା ପ୍ରଦାନ କରୁଛନ୍ତି । କିନ୍ତୁ, କେଉଁ ·ଷୀ କେତେ ଜମିରେ ପ୍ରକୃତ ·ଷ କରିଛନ୍ତି ତାହାର ଜମିୱାରୀ ଭେରୀଫିକେଶନ ହେବା ଆବଶ୍ୟକ ଯାହା ରାଜସ୍ୱ, ସମବାୟ, କୃଷି ଏବଂ ଜଳସେଚନ ବିଭାଗ ଦ୍ୱାରା ମିଳିତ ଭାବେ ହୁଏ । ତେଣୁ, ସଠିକ ତଥ୍ୟ ଆସିବା ଦରକାର, ଯାହାଦ୍ୱାରା ·ଷୀମାନେ ସେମାନଙ୍କ ପ୍ରକୃତ ·ଷ କରିଥିବା ଫସଲ ପାଇଁ ସୁବିଧା ପାଇବେ । କର୍ତ୍ତବ୍ୟପରାୟଣ ଓ ସଚ୍ଚୋଟ ହୁଅନ୍ତୁ । ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଏ ସରକାର ବରଦାସ୍ତ କରିବେ ନାହିଁ । ଭଲ କାମ କରୁଥିବା ଅଧିକାରୀଙ୍କୁ ନିଶ୍ଚୟ ପୁରସ୍କୃତ କରାଯିବ । ପ୍ରତିଷ୍ଠା ନୁହେଁ, ସମର୍ପଣ ହେଉ ଆପଣମାନଙ୍କ ମାନଦଣ୍ଡ । ଏକ ସ୍ୱଚ୍ଛ ଓ ଦୁର୍ନୀତି ମୁକ୍ତ ରାଜସ୍ୱ ପ୍ରଶାସନ ଆମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ । ଏହି ଲକ୍ଷ୍ୟକୁ ଆଖି ଆଗରେ ରଖି ଆମକୁ କାର୍ଯ୍ୟ କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ପରିଶେଷରେ କହିଥିଲେ । କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଥିଲେ ଯେ, ଚିରାଚରିତ କାର୍ଯ୍ୟପଦ୍ଧତିରେ ପରିବର୍ତ୍ତନ ଆଣିବାକୁ ପଡିବ ଆପଣମାନେ ନିଜର ମାନସିକତା ବଦଳାନ୍ତୁ । ଆମ ସରକାର ଶାସନକୁ ଆସିବା ପରେ, ରାଜସ୍ୱ ପ୍ରଶାସନ କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିଛନ୍ତି । ରାଜସ୍ୱ ସେବା ଏବେ ଲୋକମାନଙ୍କର ନିକଟତର ହୋଇଛି । ବର୍ତ୍ତମାନ ଲୋକଙ୍କ ସରକାରରେ ଜନସାଧାରଣ ହେଉଛନ୍ତି ଶ୍ରେଷ୍ଠ ବି·ରକ ଆମକୁ ଜନସାଧାରଣଙ୍କ ଆସ୍ଥାଭାଜନ ହେବାକୁ ପଡିବ । ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ଲୋକମାନଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରନ୍ତୁ । ସମୟ ଅନୁଯାୟୀ ରାଜସ୍ୱ ସେବା ଯୋଗାଇ ଦେବା ପାଇଁ ଯତ୍ନବାନ ହୁଅନ୍ତୁ ବୋଲି ଶ୍ରୀ ପୂଜାରୀ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପରି·ଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଦେଓରଞ୍ଜନ କୁମାର ସିଂହ ସ୍ୱାଗତ ଭାଷଣ ଦେଇଥିବା ବେଳେ କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ଶ୍ରୀ ବି.ପରମେଶ୍ୱରନ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଉନ୍ନୟନ କମିଶନର, ଅନୁ ଗର୍ଗ ପ୍ରମୁଖ ମଞ୍ଚାସୀନ ଥିଲେ । ଏହି ଦୁଇ ଦିନିଆ କର୍ମଶାଳାର ପ୍ରଥମ ଅଧିବେଶନରେ ସମସ୍ତ ଜିଲ୍ଲାର ଉପଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ ଓ ତହସିଲଦାରମାନେ ଅଂଶଗ୍ରହଣ କରିଥିଲେ ।