ନୂଆଦିଲ୍ଲୀ/ଭୁବନେଶ୍ୱର, : ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତା ଏମ୍ସ ଦିଲ୍ଲୀରେ ଭର୍ତ୍ତି ନେଇ ସୂଚନା ଜାରି ହୋଇଛି । ବଳଙ୍ଗା ପୀଡ଼ିତାଙ୍କୁ ଆଜି ଅପରାହ୍ନ ୪ଟା ୨୦ରେ ଏମ୍ସ ଦିଲ୍ଲୀରେ ଭର୍ତ୍ତି କରାଯାଇଛି । ତାଙ୍କର ୭୫% ଶରୀର ପୋଡ଼ିଯାଇଥିବା ସୂଚନା ରହିଛି । ତେଣୁ ପୀଡ଼ିତାଙ୍କର ଅବସ୍ଥା ଗୁରୁତର ରହିଛି । ସେ ଏବେ ଅକ୍ସିଜେନ୍ ସପୋର୍ଟରେ ରହିଛନ୍ତି । ଏମ୍ସ ଆଇସିୟୁ ବର୍ଣ୍ଣ ୟୁନିଟ୍ ଓ ପ୍ଲାଷ୍ଟିକ ସର୍ଜରୀ ବ୍ଲକରେ ଚିକିତ୍ସା ଜାରି ରହିଛି । ଏକ ଡାକ୍ତରୀ ଟିମ୍ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ତଦାରଖ କରୁଛନ୍ତି । ପୀଡିତାଙ୍କୁ ଉତ୍ତମ ଚିକିତ୍ସା ଯୋଗାଇବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି । ଏହି କ୍ରମରେ ରବିବାର ଅପରାହ୍ଣରେ ଏମ୍ସ ଭୁବନେଶ୍ୱରରୁ ଗ୍ରୀନ୍ କରିଡରରେ ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ନିଆଯାଇଥିଲା । ଏହା ପରେ ଏୟାର ପୀଡିତା ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଲା ପରେ ଏକ ସ୍ୱତନ୍ତ୍ର ଆମ୍ବୁଲାନ୍ସରେ ଏମ୍ସ ଦିଲ୍ଲୀରେ ପହଞ୍ଚିଥିଲେ । ବଳଙ୍ଗା ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହିତ ନେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପୁରୀ ଜିଲ୍ଲାର ବଳଙ୍ଗା ଠାରେ ଘଟିଯାଇଥିବା ଅଘଟଣ ପାଇଁ ମୁଁ ଗଭୀର ଭାବେ ମର୍ମାହତ । ପୀଡିତାଙ୍କର ସର୍ବୋତ୍ତମ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି । ଏଥିପାଇଁ ରାଜ୍ୟ ସରକାର ସମସ୍ତ ଆବଶ୍ୟକୀୟ ସୁବିଧା ସୁନିଶ୍ଚିତ କରିବେ । ବ୍ୟକ୍ତିଗତ ଭାବେ ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଝିଅଟିର ତ୍ୱରିତ ଆରୋଗ୍ୟ କାମନା ନିମନ୍ତେ ପ୍ରାର୍ଥନା କରୁଛି । ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯିବା ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି, ସର୍ବୋତ୍ତମ ଚିକିତ୍ସା ପାଇଁ ରବିବାର ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି । ଏହି ଘଟଣାରେ ତ୍ୱରିତ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଉଛି । ପୀଡ଼ିତା ଶୀଘ୍ର ସୁସ୍ଥ ହୋଇ ଫେରନ୍ତୁ ଏହା ହିଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଦିଲ୍ଲୀ ଏମ୍ସରେ ପୀଡ଼ିତାଙ୍କ ପାଇଁ ବେଡ୍ ବ୍ୟବସ୍ଥା କରାଯାଇଛି । ସ୍ୱତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ପୀଡ଼ିତାଙ୍କୁ ଦିଲ୍ଲୀ ନିଆଯାଇଛି । ଏଥିଲାଗି ଗ୍ରିନ୍ କରିଡରର ବ୍ୟବସ୍ଥା କରାଯାଇଥିଲା । ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ବଳଙ୍ଗା ପୀଡ଼ିତାଙ୍କୁ ଆଜି ଦିଲ୍ଲୀ ଏମ୍ସକୁଏୟାରଲିଫ୍ଟ କରାଯାଇଛି । ସୂଚନାଯୋଗ୍ୟ, ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଶନିବାର ପୂର୍ବାହ୍ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲା । ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ । ସେଠାରେ ନିଆଁ ଲଗାଇ ଦେଇଥିଲେ । ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ । ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ । ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି ।
