ପୋଲିସ ଗୁଳିରେ ୨ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ

0 46

ଭୁବନେଶ୍ୱର, : ମାଓବାଦୀ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲ୍ଲା ପୋଲିସକୁ ଆଜି ଏକ ବଡ଼ ସଫଳତା ମିଳିଛି । ଏହି ଅଭିଯାନରେ ୨ ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଜୀବନ୍ତ ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ କରାଯାଇଛି । ମୃତ୍ୟବରଣ କରିଥିବା ଉଭୟ ମାଓବାଦୀ ମଙ୍କୁ ଏବଂ ଚନ୍ଦନ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । କନ୍ଧମାଳ ଜିଲ୍ଲାରେ ସକ୍ରିୟ ଥିବା ମାଓବାଦୀ ଗ୍ରୁପ୍‌ର ମଙ୍କୁ ଏସିଏମ କ୍ୟାଡର ଏବଂ ଚନ୍ଦନ ପାର୍ଟି ସଦସ୍ୟ ବୋଲି ପୋଲିସ ପ୍ରାରମ୍ଭିକ ସୂଚନା ପାଇଛି । ସମ୍ପୂକ୍ତ ଅଞ୍ଚଳରେ ପୋଲିସ ପକ୍ଷରୁ ବ୍ୟାପକ ତଲାସୀ ଅଭିଯାନ ଜାରି ରହିଛି । ଉଲ୍ଲେଖ ଯୋଗ୍ୟ ଯେ, ବାଲିଗୁଡା ଥାନା ଅଧୀନ ପୁରାଣଜିଆବ ସଂରକ୍ଷିତ ଜଙ୍ଗଲ ନିକଟରେ କିଛି ମାଓବାଦୀ ଲୁଚି ରହିଥିବା ସଂକ୍ରାନ୍ତରେ ଜିଲ୍ଲା ପୋଲିସର ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା । ସେହି ଅନୁଯାୟୀ, କନ୍ଧମାଳ ଏସପି ହରିଶ ବି. ସି.ଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ଡିଭିଏଫ ଯବାନ ଟିମ ସମ୍ପୂକ୍ତ ଅଞ୍ଚଳରେ ମାଓ ବିରୋଧୀ ଅଭିଯାନ ଆରମ୍ଭ କରିଥିଲେ । ଆଜି ପୂର୍ବାହ୍ନ ପ୍ରାୟ ୧୨ଟା ସମୟରେ ଡିଭିଏଫ୍ ଯବାନ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏହି ଗୁଳି ବିନିମୟରେ ମଙ୍କୁ ଏବଂ ଚନ୍ଦନଙ୍କ ମୃତ୍ୟୁ ଘଟିଥିଲା । ପୋଲିସ ଉଭୟଙ୍କ ମୃତ ଦେହ ଜବତ କରିବା ସହ ସମ୍ପୃକ୍ତ ଅଞ୍ଚଳରେ ଅପେରସନ ଜୋରଦାର କରିଛି । ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଏହି ସଫଳତା ପାଇଁ କନ୍ଧମାଳ ଜିଲ୍ଲା ଏସପି ହରିଶ ବି. ସି. ଏବଂ ଡିଭିଏଫ୍ ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ।

Leave A Reply

Your email address will not be published.