ଭୁବନେଶ୍ୱର,୧ା୧୨ : ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକମାନେ ଆଜି ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ପ•ରି ବୁଝିଥିଲେ । ସେମାନେ ସମସ୍ତେ ଭଲ ଅଛନ୍ତି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସହୃଦୟତା ପାଇଁ ଧନ୍ୟବାଦ୍ ଦେଇଥିଲେ । ଏହା ସହ ମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି । ଟନେଲ୍ ଭିତରେ ସେମାନଙ୍କ ସଂଘର୍ଷପୂର୍ଣ୍ଣ ଜୀବନ ବିଷୟରେ ମଧ୍ୟ ମୁଖ୍ୟମନ୍ତ୍ରୀ ସେମାନଙ୍କ ଠାରୁ ଶୁଣିଥିଲେ । ସେମାନେ ବାସ୍ତବରେ ଜଣେ ଜଣେ ହିରୋ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ପ୍ରତିକୂଳ ପରିସ୍ଥିତିରେ ସେମାନେ ଯେପରି ଜୀବନ ପାଇଁ ସଂଗ୍ରାମ କରି ବିଜୟୀ ହୋଇଛନ୍ତି ତାହା ବାସ୍ତବିକ୍ ପ୍ରେରଣା ଦାୟକ ବୋଲି ସେ କହିଥିଲେ । ଯେଉଁ ଶ୍ରମିକମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସେମାନେ ହେଲେ ମୟୂରଭଞ୍ଜର ରାଜୁ ନାୟକ, ଧିରେନ୍ ନାୟକ ଓ ବିଶେଶ୍ୱର ନାୟକ ଏବଂ ନବରଙ୍ଗପୁରର ଭଗବାନ ଭତ୍ରା । ସେମାନଙ୍କ ସହିତ ସେମାନଙ୍କ ପରିବାର ଲୋକମାନେ ମଧ୍ୟ ଉପସ୍ଥିତ ଥିଲେ । ସୂଚନା ଯୋଗ୍ୟ ଯେ ଶ୍ରୀ ପାଣ୍ଡିଆନ ଗତ କାଲି ସେମାନଙ୍କ ସହ ଭିଡ଼ିଓ ଜରିଆରେ ଆଲୋଚନା କରି ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ପ•ରି ବୁଝିଥିଲେ । ଏହି ସାକ୍ଷାତ ସମୟରେ ଶ୍ରମ ମନ୍ତ୍ରୀ ସାରଦା ପ୍ରସାଦ ନାୟକ ଉପସ୍ଥିତ ଥିଲେ । ମନ୍ତ୍ରୀ ଶ୍ରୀ ନାୟକ ସେମାନଙ୍କ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ଖବର ରଖିବା ପାଇଁ ଉତ୍ତରାଖଣ୍ଡ ଯାଇଥିଲେ ଓ ସମସ୍ତଙ୍କୁ ଧରି ଓଡ଼ିଶା ଫେରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଓ ଶ୍ରମ କମିଶନର ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ ଯେ, ଉତ୍ତରକାଶୀରେ ଟନେଲ ଭିତରେ ଶ୍ରମିକମାନେ ୧୭ଦିନ ଫସି ରହିଥିଲେ । ଶ୍ରମିକମାନଙ୍କୁ ୨୮ ତାରିଖରେ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିଲା । ଏହାପରେ ସେମାନଙ୍କୁ ହସ୍ପିଟାଲରେ ଚିକିତ୍ସିତ କରାଯାଉଥିବା ବେଳେ ଗୁରୁବାର ସକାଳୁ ସମସ୍ତ ଶ୍ରମିକଙ୍କୁ ହସ୍ପିଟାଲରୁ ବାହାରିଥିଲେ । ୫ ଜଣ ଓଡ଼ିଆ ଶ୍ରମିକଙ୍କ ସହ ସେମାନଙ୍କ ପରିବାର ସଦସ୍ୟ ଓଡ଼ିଶା ଆସିବା ପାଇଁ ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ଶ୍ରମମନ୍ତ୍ରୀ ସାରଦା ପ୍ରସାଦ ନାୟକଙ୍କ ସହ ଶ୍ରମ ବିଭାଗର ବରିଷ୍ଠ ଅଧିକାରୀ ଶ୍ରମିକମାନଙ୍କୁ ସାଙ୍ଗରେ ନେଇ ଦିଲ୍ଲୀ ଗସ୍ତ କରିଥିଲେ । ଆଜି ଦିଲ୍ଲୀରୁ ବିମାନ ଯୋଗେ ସମସ୍ତେ ଓଡ଼ିଶା ଫେରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଶ୍ରମମନ୍ତ୍ରୀଙ୍କ ସହ ଶ୍ରମ ବିଭାଗର ବରିଷ୍ଠ ଅଧିକାରୀ ଓଡିଆ ଶ୍ରମିକଙ୍କ ସହ ରହି ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେଇଥିଲେ ।