ଭୁବନେଶ୍ୱର ମେଟ୍ରୋ ଏମ୍‌ଓୟୁ ସ୍ୱାକ୍ଷର : ୪ ବର୍ଷରେ ସରିବ କାମ

Bhubaneswar Metro MOU Signing: Work will be completed in 4 years

0 155

ଭୁବନେଶ୍ୱର,୨୦ା୧୧ : ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଚୁକ୍ତିନାମା ସ୍ୱାକ୍ଷରିତ କରିଛନ୍ତି । ଦିଲ୍ଲୀ ମେଟ୍ରୋ ରେଳ ନିଗମ ସହ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି । ୬୨୫୫ କୋଟିର ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ରାଜ୍ୟର ଭିତ୍ତିଭୂମି ପ୍ରକଳ୍ପରେ ସବୁଠୁ ବଡ଼ ଅର୍ଥ ବିନିଯୋଗ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ଗଡ଼ିବ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତରେ ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନ୍‌ ଓ ଦିଲ୍ଲୀ ମେଟ୍ରୋ ରେଳ ନିଗମ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ୪ ବର୍ଷରେ ସରିବ ମେଟ୍ରୋ ପ୍ରକଳ୍ପ । ଗମାନା ଗମନ କ୍ଷେତ୍ରରେ ମେଟ୍ରୋ ପ୍ରକଳ୍ପ ଏକ ମାଇଲଖୁଣ୍ଟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ୨୦୧୯ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ ହେଉଥିବାରୁ ଖୁସିବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ।ଏହି କାର୍ଯ୍ୟକ୍ରମରେ “୫-ଟି’ ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌ ଉପସ୍ଥିତ ଥିଲେ । ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ମେଟ୍ରୋ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନବନ୍ଦରଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହି ପ୍ରକଳ୍ପର ଟର୍ଣ୍ଣ-କି ପରାମର୍ଶଦାତା ରହିବେ । ଗତ ମଙ୍ଗଳବାର ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଏହି ପ୍ରସ୍ତାବ ଉପରେ ମୋହର ବାଜିଛି । ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ପାଇଁ ୫୯୨୯ କୋଟି ୩୮ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ଓ ୪ ବର୍ଷ ମଧ୍ୟରେ ପ୍ରକଳ୍ପକୁ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ “୫-ଟି’ ଉପକ୍ରମରେ ଭୁବନେଶ୍ୱର ବିମାନବନ୍ଦରଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ପ୍ରକଳ୍ପକୁ ମଞ୍ଜୁରି ମିଳିଛି । ଭୁବନେଶ୍ୱର, ଖୋର୍ଦ୍ଧା, କଟକ ଓ ପୁରୀ ସହରର ଗମନାଗମନ ବ୍ୟବସ୍ଥାକୁ ନାଗରିକମାନଙ୍କ ପାଇଁ ସହଜ, ସରଳ ଓ ସୁଗମ କରିବା ପାଇଁ ମେଟ୍ରୋ ରେଳ ବ୍ୟବସ୍ଥାର ଆବଶ୍ୟକତା ଥିବା ଅନୁଭବ କରି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ୨୬ କିଲୋମିଟର ମେଟ୍ରୋ ରେଳ ଯାତ୍ରାରେ କ୍ୟାପିଟାଲ ହସ୍ପିଟାଲ, ରାଜମହଲ ଛକ, ବାଣୀବିହାର ଛକ, ଜୟଦେବ ବିହାର ଛକ ଓ ପଟିଆ ଛକ ସମେତ ମୋଟ୍‌ ୨୦ ଟି ଷ୍ଟେସନ ନିର୍ମାଣ କରାଯିବା ନେଇ ଯୋଜନା ରହିଛି । ଏହି କାର୍ଯ୍ୟକୁ ଭୁବନେଶ୍ୱର ମେଟ୍ରୋ ରେଳ ନିଗମର ତତ୍ତ୍ୱାବଧାନରେ ଦ୍ଲିଲୀ ମେଟ୍ରୋ ରେଳ ନିଗମ (ଟର୍ଣ୍ଣ-କି ପରାମର୍ଶଦାତା) ଦ୍ୱାରା ନିର୍ମାଣ କରିବାକୁ ନିଷ୍ପତ୍ତି ହୋଇଛି ।

Leave A Reply

Your email address will not be published.