ରାଜ୍ୟ ସରକାର ଚଳିତ ବର୍ଷ ୭.୫ କୋଟି ବୃକ୍ଷ ରୋପଣ କରିବେ: ମୁଖ୍ୟମନ୍ତ୍ରୀ

State government to plant 7.5 crore trees this year: CM

0 80

ଭୁବନେଶ୍ୱର, ୫ା୬: ଗୁରୁବାର ଭୁବନେଶ୍ୱର ସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ମହାସମାରୋହରେ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟ ସରକାର, ଗୋଟିଏ ବର୍ଷରେ ୭.୫ କୋଟି ବୃକ୍ଷ ରୋପଣ କରିବେ ବୋଲି ଘୋଷଣା କରିଛନ୍ତି । ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ପରିବେଶ ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନ ସମ୍ବନ୍ଧରେ ସଚେତନତା ବିସ୍ତାର କରିବା ପାଇଁ ଆଜିର ଦିନଟି ଉତ୍ସର୍ଗୀକୃତ । ପ୍ରଦୂଷିତ ପୃଥବୀର ଭୟାବହତାକୁ ହୃଦୟଙ୍ଗମ କରି ଅଧିକରୁ ଅଧିକ ସବୁଜ ପରିବେଶ ସୃଷ୍ଟି କରିବା ଏବଂ ପ୍ରକୃତିର ସଂରକ୍ଷଣ କରିବା ଏକାନ୍ତ ଅପରିହାର୍ଯ୍ୟ ହୋଇପଡିଛି । ପରିବେଶ ସଂରକ୍ଷଣ ପାଇଁ ନିଆଯାଉଥିବା ପଦକ୍ଷେପ, ଭବିଷ୍ୟତ ପିଢ଼ି ପାଇଁ ଏକ ସୁସ୍ଥ ଜୀବନଯାପନର ସହଜ ଏବଂ ସରଳ ମାଧ୍ୟମ ହେଇପାରିବ । ଆଜିକାଲି ଆମ ଜୀବନରେ ପ୍ଲାଷ୍ଟିକ ଅପରିହାର୍ଯ୍ୟ ହୋଇ ସାରିଛି, ବିଶେଷ ଭାବେ ଥରେ ବ୍ୟବହାର ହେଉଥିବା ପ୍ଲାଷ୍ଟିକଯୁକ୍ତ ଆଜି ପ୍ଲାଷ୍ଟିକର ଅଧିକ ବ୍ୟବହାର ତିନିଗୋଟି ସମସ୍ୟା ଭାବେ ଉଭା ହୋଇଛି, ଜଳବାୟୁ ପରିବର୍ତ୍ତନ, ପ୍ରକୃତିର ଜଳ, ସ୍ଥଳ ଏବଂ ଜୈବ ବିବିଧତାରେ କ୍ଷୟ ଏବଂ ପ୍ରଦୂଷଣ ଓ ଆବର୍ଜନାର ସମସ୍ୟାୟ ଏହି ପରିପ୍ରେକ୍ଷୀରେ ପ୍ଲାଷ୍ଟିକ ବର୍ଜନ ଏକ ଗଣଆନ୍ଦୋଳନ ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଆମ ସରକାର ମଧ୍ୟ ରାଜ୍ୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଏହା ଜନସଂଖ୍ୟା ବହୁଳ ସହରାଞ୍ଚଳମାନଙ୍କରେ ବାୟୁ ପ୍ରଦୂଷଣର ମାତ୍ରା କମାଇବ ଏବଂ ବାୟୁମଣ୍ଡଳରେ ବାୟୁ ଗୁଣବତ୍ତା ବୃଦ୍ଧି ଘଟିବ । ସେଥିପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ମଧ୍ୟ ତତ୍ପର ଅଛି । ଆମ ସରକାର ସିଙ୍ଗିଲ୍ ୟୁଜ୍ ପ୍ଲାଷ୍ଟିକ ନିଷେଧ ସହ ଏହାର ଦୀର୍ଘସ୍ଥାୟୀ ବିକଳ୍ପକୁ ପ୍ରୋତ୍ସାହନ ଏବଂ ବର୍ଜ୍ୟ ପରି·ଳନା ପ୍ରଣାଳୀକୁ ସଶକ୍ତ କରିବା ପାଇଁ ସକ୍ରିୟ ପଦକ୍ଷେପ ନେଇଛନ୍ତି । ସମାଜରେ ପ୍ରକୃତ ପରିବର୍ତ୍ତନ ଆଣିବାକୁ ହେଲେ ଏହା ପ୍ରଥମେ ନିଜ ଓ ନିଜ ପରିବାରଠାରୁ ଆରମ୍ଭ ହେବା ଆବଶ୍ୟକ । “ଏକ୍ ପେଡ୍ ମା’ କେ ନାମ୍’ ଅଭିଯାନରେ ରାଜ୍ୟ ସରକାର ପ୍ରାୟ ସାଢେ ୬ କୋଟିରୁ ଉଦ୍ଧ୍ୱର୍ ଗଛ ଲଗାଇ ଏହି ଅଭିଯାନକୁ ସଫଳ କରିଛନ୍ତି ବୋଲି ସେ କହିଥିଲେ । ସେ ପୁଣି କହିଥିଲେଯେ, ଆମ ସରକାର ଆସିବା ପରେ ଜଙ୍ଗଲ ଓ ବୃକ୍ଷ ଆବରଣରେ ପାଖାପାଖି ୫୬୦ ବର୍ଗ କିଲୋମିଟର ନେଟ୍ ବୃଦ୍ଧି ହୋଇଛି, ଯାହା ସମସ୍ତ ରାଜ୍ୟ ମଧ୍ୟରେ ଚତୁର୍ଥ ସର୍ବାଧିକ । ଜନସାଧାରଣ ଓ ଅନୁଷ୍ଠାନ ଗୁଡିକ ପ୍ରାୟ ୨ କୋଟିରୁ ଉଦ୍ଧ୍ୱର୍ ·ରା ରୋପଣ କରି ରେକର୍ଡ ସୃଷ୍ଟି କରିଛନ୍ତି । ଭାରତ ସରକାରଙ୍କ ଦ୍ୱାରା ଆନୁଷ୍ଠାନିକ ଭାବେ ୧୦୭ତମ ଜାତୀୟ ଉଦ୍ୟାନର ମାନ୍ୟତା ପାଇଛି ଶିମିଳିପାଳ । “ଆମ ଶିମିଳିପାଳ’ ଯୋଜନା ମାଧ୍ୟମରେ ବନ୍ୟପ୍ରାଣୀ ଓ ଉଦ୍ଭିଦ ସଂରକ୍ଷଣ ଓ ସୁରକ୍ଷା ପାଇଁ ୫୦ କୋଟି ଟଙ୍କା ବ୍ୟୟ ବରାଦରେ ଏକ ନୂତନ ପ୍ରୟାସର ଶୁଭାରମ୍ଭ କରିଛନ୍ତି ରାଜ୍ୟ ସରକାର । ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ପରିବେଶ ସୁରକ୍ଷା ତଥା ଏହାର ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବିଭିନ୍ନ ଜିଲ୍ଲାର ୧୮୫ ପ୍ରକୃତି ମିତ୍ର ଏବଂ ୨୧୧ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରାପ୍ତ ଅନୁଷ୍ଠାନ ତଥା ବ୍ୟକ୍ତିଙ୍କୁ ଅଭିନନ୍ଦନ ଜଣାଉଛି । ମୋର ଦୃଢ ବିଶ୍ୱାସ ସେମାନଙ୍କର କାର୍ଯ୍ୟ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ହେବ । ପ୍ଲାଷ୍ଟିକ୍ ପ୍ରଦୂଷଣ ସମାପ୍ତ ଉପରେ ରାଜ୍ୟସ୍ତରର ଇକୋ-ମଡେଲ ପ୍ରଦର୍ଶନୀର ସମସ୍ତ ଅଂଶଗ୍ରହଣକାରୀ ଓ ବିଜେତା ମାନଙ୍କୁ ମୁଁ ଅଭିନନ୍ଦନ ଜଣାଉଛି । ଓଡିଶାରୁ ସର୍ବଶ୍ରେଷ୍ଠ ଇକୋ କ୍ଲବ ପୁରସ୍କାର ବିଜେତା ବିଦ୍ୟାଳୟ ତଥା ଶିକ୍ଷକମାନଙ୍କୁ ତାଙ୍କର ନିଷ୍ଠା ଏବଂ ପ୍ରତିବନ୍ଧତା ପାଇଁ ଶୁଭେଚ୍ଛା ଜଣାଉଛି । ସେହିପରି ବିଭିନ୍ନ ଶିଳ୍ପାନୁଷ୍ଠାନ ତଥା ପରିବେଶ ନିୟନ୍ତ୍ରଣ ବିଷୟରେ ସଂଶ୍ଲିଷ୍ଟ ବିଭିନ୍ନ ସଂସ୍ଥା ପ୍ରଦର୍ଶନୀ ମାଧ୍ୟମରେ ସଚେତନତା ସୃଷ୍ଟି କରିବାର ପ୍ରୟାସ କରିଛନ୍ତି, ସେମାନଙ୍କୁ ମୋର ଅଭିନନ୍ଦନ । ପ୍ଲାଷ୍ଟିକ୍ ପ୍ରଦୂଷଣକୁ ସମାପ୍ତ କରିବା ସହ ଆମ ନାଗରିକଙ୍କ ପାଇଁ ଏକ ସୁସ୍ଥ ଓ ସ୍ୱଚ୍ଛ ପରିବେଶ ବଜାୟ ରଖିବା ପାଇଁ ଆଜି ଆମେ ସଂକଳ୍ପ ନେବା । ଏ ଦିଗରେ ଆପଣମାନଙ୍କ ଉଦ୍ୟମ, ମନୋବୃତ୍ତି ଓ ନିଷ୍ଠାପରତାକୁ କାମନା କରୁଛି । ଏକ ସୁସ୍ଥ ସମାଜ ପାଇଁ ଏକ ସୁସ୍ଥ ପରିବେଶ ଦରକାର ଏବଂ ପରିବେଶ ପ୍ରତି ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସମାରୋହରେ ଜନସାଧାରଣଙ୍କୁ ଆହ୍ୱାନ ଦେଇଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ‘ଏକ ପେଡ ମା କେ ନାମ’ କାର୍ଯ୍ୟକ୍ରମରେ କୃଷି ଶିକ୍ଷା ସଦନ ଠାରେ ପରୀକ୍ଷରୋପଣ କରିଥିଲେ ଏବଂ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଆସିଥିବା ଛାତ୍ରଛାତ୍ରୀଙ୍କ ଦ୍ୱାରା ପରିବେଶ ଦିବସ ଉପଲକ୍ଷେ ପ୍ରଦର୍ଶନୀ ବୁଲି ଦେଖି ଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାରକମଳରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଏଫ୍ଇକ୍ୟୁଏସ୍ ପୁସ୍ତକ, ଉପକୂଳ ସ୍ୱାସ୍ଥ୍ୟ ସ୍ଥିତି ରିପୋର୍ଟ, ତାପଜ ବିଦ୍ୟୁତ କେନ୍ଦ୍ରରେ ଜଳ ଦକ୍ଷତା ଉପରେ ଅଧ୍ୟୟନ, ଆଲୁମିନିୟମ ସ୍ମେଲ୍ଟରରେ ଫ୍ଲୋରାଇଡ୍ ବିପଦ ଏବଂ ପ୍ରତିକ୍ରିୟା, ରାଜ୍ୟ ସ୍ୱଚ୍ଛ ବାୟୁ କାର୍ଯ୍ୟକ୍ରମ-୨୦୨୫ ଉନ୍ମୋଚନ ହୋଇଥିଲା । କାର୍ଯ୍ୟକ୍ରମରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସତ୍ୟବ୍ରତ ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସଦସ୍ୟା ତଥା ସଚିବ ଉମା ନାନ୍ଦୁରୀ ଧନ୍ୟବାଦ ଦେଇଥିଲେ । ଏହି ସମାରୋହରେ, ପିସିସିଏଫ୍ ଏବଂ ଏଚ୍ଓଏଫ୍ଏଫ୍, ଏସ୍.ପନ୍ଥ, ବିଭାଗୀୟ ନିର୍ଦ୍ଦେଶକ, ଡ.କେ. ମୁରୁଗେସନ୍ଙ୍କ ସହ ପରିବେଶବିତ ଓ ବୈଜ୍ଞାନିକମାନେ ମଧ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.