ସମ୍ବଲପୁରରେ ୫-ଟି ଅଧ୍ୟକ୍ଷ ସମଲେଇ ମନ୍ଦିର ପ୍ରକଳ୍ପର ସମୀକ୍ଷା

5T chairman reviewed Samlei temple project in Sambalpur

0 158

ଭୁବନେଶ୍ୱର,୯ା୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ଆଜି ସକାଳେ ସମ୍ବଲପୁରରେ ସମଲେଇ ପ୍ରକଳ୍ପର ସମୀକ୍ଷା କରି ଅଧିକ ମେସିନ ଓ ଲୋକ ବ୍ୟବହାର କରି କାମ ଆଗେଇ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଥମେ ସେ ମା’ ସମଲେଇଙ୍କ ପୂଜା ଅର୍ଚ୍ଚନା କରି ଭୋର୍‌ ୪ ଟା ରୁ ୬ ଟା ପର୍ଯ୍ୟନ୍ତ ପ୍ରକଳ୍ପ ସ୍ଥଳ ବୁଲି କାମର ଅଗ୍ରଗତି ସମୀକ୍ଷା କରିଥିଲେ । ସମୀକ୍ଷାରେ ଭକ୍ତମାନଙ୍କ ପାଇଁ ସବୁ ସୁବିଧାର ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବାକୁ ସେ ପରାମର୍ଶ ଦେଇଥିଲେ । ଯାତ୍ରୀମାନେ ଯେପରି ଏକ ସୁନ୍ଦର ଆଧ୍ୟାତ୍ମିକ ଅନୁଭବ ନେଇ ଫେରିବେ ତାକୁ ଆଖିରେ ରଖି ସବୁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ । ଯାତ୍ରୀଙ୍କ ସୁବିଧା ପାଇଁ ପ୍ରାଥମିକ ଚିକିତ୍ସା ଓ ଅନ୍ୟ ମେଡିକାଲ ସେବାର ସୁବିଧା ରଖିବାକୁ ମଧ୍ୟ ସେ କହିଥିଲେ । ପ୍ରକଳ୍ପର ଗୁରୁତ୍ୱପୂର୍ଣ୍ଣ ଅଂଶ ଗୁଡ଼ିକୁ ଜଲଦି ଆଗେଇ ନେବା ପାଇଁ ଅଧିକ ମେସିନ ଓ ମାନବ ସମ୍ବଳ ବ୍ୟବହାର କରି ଫୁଟ ଓଭର ବ୍ରିଜ, ମନ୍ଦିର ଭିତର ବିଭିନ୍ନ କାମ, ଲ୍ୟାମ୍ପ ରୁମ୍‌, ଐତିହ୍ୟ କରିଡ଼ର, ପୁଷ୍କରିଣୀ ସ୍ଥଳ, ପାର୍କିଂ କାମ ଶୀଘ୍ର ସାରିବାକୁ ସେ ପରାମର୍ଶ ଦେଇଥିଲେ । ବାକି ରହି ଯାଇଥିବା ବିଭିନ୍ନ ଷ୍ଟ୍ରକଚରକୁ ୧୦ ଦିନ ମଧ୍ୟରେ ସଫା କରି କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଐତିହ୍ୟ କରିଡ଼ର ଓ ମନ୍ଦିର •ରି ପାଖରେ ପଥର ବିଛେଇବା କାମକୁ ଶୀଘ୍ର ସରିବା, ସୌନ୍ଦର୍ଯ୍ୟ କରଣ ପାଇଁ ସ୍ଥାନୀୟ ବୃକ୍ଷ ଲତାର ବ୍ୟବହାର ଓ ସ୍ଥାନୀୟ ସଂସ୍କୃତିକୁ ଗୁରୁତ୍ୱ ଦେବା ପାଇଁ ସେ ପରାମର୍ଶ ଦେଇଥିଲେ । ମନ୍ଦିର ଭିତରେ ନିର୍ମାଣ ହେଉଥିବା ବିଭିନ୍ନ କାମ, କ୍ଲକ୍‌ ଟାୱାର, ଓ ଲାମ୍ପ ରୁମ୍‌ କାମର ସୋନ୍ଦର୍ଯ୍ୟ କରଣ ଉପରେ ଶ୍ରୀ ପଣ୍ଡିଆନ ଗୁରୁତ୍ୱ ଦେଇଥିଲେ । ଦୁଇ ନମ୍ବର ଐତିହ୍ୟ ଗେଟ, ପାର୍କିଂ,ଐତିହ୍ୟ କରିଡ଼ରର ବାହାର ପଟରେ କୋବଲ ପଥର ବିଛାଇବା କାମ ଜଲଦି ସରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ପାନୀୟ ଜଳ ସୁବିଧା, ଟଏଲେଟ୍‌, ସିସିଟିଭି, ଓ ଆଲୋକିକରଣ କାମ ମଧ୍ୟ ତୁରନ୍ତ ସାରିବାକୁ ପରାମର୍ଶ ଦେଇଥିଲେ । ଏହି ସମୀକ୍ଷାରେ ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ, ଆର୍‌ଡ଼ିସି, ଜିଲ୍ଲପାଳ, ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.