ଭୁବନେଶ୍ୱର, : ସୋଭନା ମହାନ୍ତି ରାଜ୍ୟର ନୂଆ ମହିଳା କମିଶନ ଅଧ୍ୟକ୍ଷା ଭାବେ ନିଯୁକ୍ତି ପାଇଛନ୍ତି । ମଙ୍ଗଳବାର ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଜାରି କରାଯାଇଛି । କାର୍ଯ୍ୟରେ ଯୋଗ ଦେବା ଦିନଠାରୁ ୩ ବର୍ଷ ପର୍ଯ୍ୟନ୍ତ ବା ୬୫ ବର୍ଷ ବୟସ ପର୍ଯ୍ୟନ୍ତ, ଯେଉଁଟି ଆଗ ପଡ଼ିବ, ସେତେଦିନ ପର୍ଯ୍ୟନ୍ତ ସେ ଏହି ପଦବୀରେ ରହି କାର୍ଯ୍ୟ କରିବେ । ମହିଳା କମିଶନ ଅଧ୍ୟକ୍ଷା ନିଯୁକ୍ତ ହେବା ପରେ ସୋଭନା ମହାନ୍ତି କହିଛନ୍ତି, ମହିଳାଙ୍କୁ ନ୍ୟାୟ ପ୍ରଦାନ ପାଇଁ କାର୍ଯ୍ୟ କରିବି । ରାଜ୍ୟ ସରକାର ଏହାକୁ ପ୍ରାଥମିକତା ଦେଉଛନ୍ତି । ବାଲେଶ୍ୱର ଘଟଣାରେ କଠୋର ପଦକ୍ଷେପ ନେଇଛନ୍ତି । ଆଗକୁ ମଧ୍ୟ ମହିଳାଙ୍କୁ ନ୍ୟାୟ ପାଇଁ କଠୋର ପଦକ୍ଷେପ ନିଆଯିବ । ସେହିପରି ବବିତା ପାତ୍ର ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷା ନିଯୁକ୍ତ ହୋଇଛନ୍ତି । କାର୍ଯ୍ୟରେ ଯୋଗ ଦେବା ଦିନଠାରୁ ୩ ବର୍ଷ ପର୍ଯ୍ୟନ୍ତ ବା ୬୫ ବର୍ଷ ବୟସ ପର୍ଯ୍ୟନ୍ତ, ଯେଉଁଟି ଆଗ ପଡ଼ିବ, ସେତେଦିନ ପର୍ଯ୍ୟନ୍ତ ସେ ଏହି ପଦବୀରେ ରହି କାର୍ଯ୍ୟ କରିବେ । ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଜାରି କରାଯାଇଛି । ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷ ପଦ ପୂରଣ କରିବା ସହିତ ୬ ଜଣ ସଦସ୍ୟଙ୍କୁ ମଧ୍ୟ ନିଯୁକ୍ତ କରାଯାଇଛି । ସେମାନେ ହେଉଛନ୍ତି ସୁକେଶୀ ଓରାମ, କଳ୍ପନା ଲେଙ୍କା, ଚନ୍ଦନା ଦାସ,କସ୍ତୁରୀ ମିଶ୍ର, ମନସ୍ମିତା ଖୁଣ୍ଟିଆ ଓ ସୁଜାତା ନାୟକ ।