ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

0 34

ଭୁବନେଶ୍ୱର, : ମୁଖ୍ୟମନ୍ତ୍ରୀଶ୍ରୀ ମୋହନ ଚରଣ ମାଝୀ ଆଗାମୀ ଜୁନ୍ ୩୦ ତାରିଖ ସୋମବାର ଦିନ ସକାଳ ୧୦.୩୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜୁନ୍ ୨୭ ତାରିଖ ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ଜଣ ପଞ୍ଜୀକରଣ କରାଯିବା ପର୍ଯ୍ୟନ୍ତ ଖୋଲା ରହିବ । ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (ଷଗ୍ଧଗ୍ଧକ୍ଟ୍ରଗ୍ଦ:// ହବଦ୍ଭବଗ୍ଦଙ୍କଦ୍ଭବଦ୍ଭସ.କ୍ଟୟସଗ୍ଦଷବ.ଶକ୍ଟଙ୍ଖ.ସଦ୍ଭ/ ) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ୱୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଉପରୋକ୍ତ ସ୍ଥାନକୁ ଆସିବା ପାଇଁ ମୋବାଇଲ ଫୋନ୍‌ ଦ୍ୱାରାଉଦ୍ଦିଷ୍ଟ କ୍ୟୁଆରକୋଡକୁ ସ୍କାନ କରି ଗୁଗଲ ମ୍ୟାପ ସାହାଯ୍ୟରେ ଜନଶୁଣାଣି ସ୍ଥଳରେ ପହଞ୍ଚିବାର ସୁବିଧା ମଧ୍ୟ ବିଭିନ୍ନ ସଂବାଦପତ୍ରରେ ପ୍ରକାଶନ ବ୍ୟବସ୍ଥା କରାଯାଇଛି । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.