୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ନିର୍ଦ୍ଦେଶ ପ୍ରକଳ୍ପ କାର୍ଯ୍ୟ ଶେଷ କର : ଶୃଙ୍ଖଳିତ ଦର୍ଶନ ଲାଗି ପଦକ୍ଷେପ ନିଅ

5 and the order of Naveen Odisha Chairman Complete project work: Take steps towards disciplined vision

0 167

ପୁରୀ,୧୧ା୧୧: ନିର୍ଦ୍ଧାରିତ ସମୟ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି । ଏତଦବ୍ୟତୀତ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଲାଗି ପଦକ୍ଷେପ ନେବାକୁ ସେ ବିଭଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆଜି ସକାଳୁ ଶ୍ରୀ ପାଣ୍ଡିଆନ ପୁରୀ ଆସି ପ୍ରଥମେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ସେ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ବରିଷ୍ଠ ଅଧିକାରୀମାନେ ବିଭିନ୍ନ ଦ୍ୱାରରେ ଲାଗିବାକୁ ଥିବା ନାମ ଫଳକ ଓ ଭିନ୍ନ ଭିନ୍ନ ରଙ୍ଗର ସାଇନେଜ ବ୍ୟବସ୍ଥା ସମ୍ପର୍କରେ ୫-ଟି ଅଧ୍ୟକ୍ଷଙ୍କୁ ଅବଗତ କରାଇଥିଲେ । ଶ୍ରୀମନ୍ଦିର •ରିପଟେ ସୌନ୍ଦର୍ଯ୍ୟକରଣ ଲାଗୁ ବିଶେଷ ବ୍ୟବସ୍ଥା ଗ୍ରହଣ କରାଯିବା ସହିତ ସ୍ୱତନ୍ତ୍ର ଆଲୋକୀକରଣ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଅଧିକାରୀ ମାନେ ମଧ୍ୟ ପାଣ୍ଡିଆନଙ୍କୁ ଅବଗତ କରାଇଥିଲେ । ପରେ ଶ୍ରୀ ପାଣ୍ଡିଆନ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ବେଠକରେ ପ୍ରକଳ୍ପ କାର୍ଯ୍ୟ ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ । ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାର ସିଂହ , ଜିଲ୍ଲାପାଳ ସମର୍ଥ ବର୍ମା ଓ ଏସପି କନୱର ବିଶାଲ ସିଂହ, ଉପଜିଲ୍ଲାପାଳ ଭାବତରଣ ସାହୁ, ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ସାମିଲଥିଲେ । ଦିନକୁ ଦିନ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ବଢୁଛି । ତେଣୁ କିଭଳି ଶ୍ରାଦ୍ଧଳୁମାନେ ଶୃଙ୍ଖଳିତ ଭାବେ ମହାପ୍ରଭୂଙ୍କୁ ଦର୍ଶନ କରିପାରିବେ ସେଥିଲାଗି ପଦକ୍ଷେପ ନେବାକୁ ୫-ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ ପ୍ରଶାସନ ଓ ପୋଲିସ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

Leave A Reply

Your email address will not be published.