ଲଘୁଚାପ ଅପ୍‌ଡେଟ୍: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

0 212

ଲଘୁଚାପ ଅପ୍‌ଡେଟ୍: ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର, ୭/୦୬- ଡୁମାଣୀଖବର : ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଯୋଗୁଁ ଅଧତ୍କାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ଦେଖା ଦେଇଛି। ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କେବଳ ବର୍ଷା ନୁହେଁ ବଜ୍ରପାତ ହେବା ନେଇ ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଆସନ୍ତା କାଲି ସକାଳ ୮ଟା ୩୦ ସୁଦ୍ଧା ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଏହି ଜିଲ୍ଲାଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ ଓ ଯାଜପୁର, କଟକ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁବର୍ଣ୍ଣପୁର ଓ ବୌଦ୍ଧ। ସେହିପରି କନ୍ଧମାଳ, ଅନୁଗୁଳ, ବରଗଡ଼, ଢେଙ୍କାନାଳ, ନୟାଗଡ଼ ଓ ବଲାଙ୍ଗିର ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ। ବାତ୍ୟା ‘ଅମ୍ପନ୍‌’ ଓ ‘ନିସର୍ଗ’ ପରେ ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ଆସନ୍ତାକାଲି ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଜୁନ୍‌ ୧୦ ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Leave A Reply

Your email address will not be published.